• ବେତାର ବ୍ୟୁରୋ

ଗଜପତି ଜିଲ୍ଲାରେ +2 ପାସଙ୍କ ପାଇଁ ପ୍ରକାଶ ପାଇଲା ସରକାରୀ ଚାକିରୀ ବିଜ୍ଞପ୍ତି


ଗଜପତି ଜିଲ୍ଲା ଜର୍ଜଙ୍କ କାର୍ଯ୍ୟାଳୟରେ ଜୁନିୟର କ୍ଳର୍କ/କପିଷ୍ଟ,ଷ୍ଟେନୋଗ୍ରାଫର ଗ୍ରେଡ-3,ଜୁନିୟର ଟାଇପିଷ୍ଟ ଓ  ଅମିନ ପଦରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତଦୁଇ ଓ କମ୍ପ୍ୟୁଟର ବିଜ୍ଞାନରେ ଡିପ୍ଲୋମା ପାସ କରିଥିବା ପ୍ରାର୍ଥୀମାନେ ଏହି ପଦ ପାଇଁ ଆବେଦନ କରିପାରିବେ।

ପଦବୀସଂଖ୍ୟା

ଏହି ବିଜ୍ଞପ୍ତିରେ ଜୁନିୟର କ୍ଳର୍କ/କପିଷ୍ଟ ପାଇଁ 16ଟି, ଷ୍ଟେନୋଗ୍ରାଫର ଗ୍ରେଡ-3 ପାଇଁ ପାଞ୍ଚଟି, ଜୁନିୟର ଟାଇପିଷ୍ଟ ପାଇଁ ଚାରିଟି ଓ ଅମିନ ପାଇଁ ଗୋଟିଏ ପଦ ପ୍ରକାଶ ପାଇଛି।

ଆବେଦନ ତାରିଖ

ଏହି ପଦରେ ଆବେଦନ କରିବା ପାଇଁ ଇଚ୍ଛୁକ ଥିବା ପ୍ରାର୍ଥୀ ସେପ୍ଟେମ୍ବର 29 ତାରିଖ ଆବେଦନ କରିପାରିବେ।

ଦରମା

ଜୁନିୟର କ୍ଳର୍କ/କପିଷ୍ଟ ଓ ଜୁନିୟର ଟାଇପିଷ୍ଟ ପଦ ପାଇଁ ଯୋଗ୍ୟ ବିବେଚିତ ପ୍ରାର୍ଥୀଙ୍କୁ ମାସିକ ଟ.19,900 ଦରମା ପ୍ରଦାନ କରାଯିବ। ଷ୍ଟେନୋଗ୍ରାଫର ଗ୍ରେଡ-3 ପଦ ପାଇଁ ଯୋଗ୍ୟବିବେଚିତ ପ୍ରାର୍ଥୀଙ୍କୁ ମାସିକ ଟ.25,500 ଓ ଆମିନ ପଦ ପାଇଁ ଯୋଗ୍ୟ ବିବେଚିତ ପ୍ରାର୍ଥୀଙ୍କୁ ମାସିକ ଟ.21,700 ଦରମା ପ୍ରଦାନ କରାଯିବ।

ବୟସସୀମା

ଆବେଦନ କରିବା ପାଇଁ ପ୍ରାର୍ଥୀଙ୍କ ବୟସ 29 ସେପ୍ଟେମ୍ବର 2018 ସୁଦ୍ଧା ସର୍ବନିମ୍ନ 18ବର୍ଷ ଓ ସର୍ବାଧିକ 32ବର୍ଷ ହେବା ଆବଶ୍ୟକ। ଅନୁସୂଚିତ ଜାତି,ଜନଜାତି,ଏସ.ଇ.ବି.ସି ଓ ମହିଳା ପ୍ରାର୍ଥୀଙ୍କ ପାଇଁ ସର୍ବାଧିକ ବୟସସୀମା କୋହଳ କରାଯିବ।

ଶିକ୍ଷାଗତ ଯୋଗ୍ୟତା

ଜୁନିୟର କ୍ଳର୍କ-କମ-ଟାଇପିଷ୍ଟ, ଜୁନିୟର ଟାଇପିଷ୍ଟ ଓ ଷ୍ଟେନୋଗ୍ରାଫର ଗ୍ରେଡ-3 ପଦରେ ଆବେଦନ କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀ କୌଣସି ସ୍ଵୀକୃତିପ୍ରାପ୍ତ ବୋର୍ଡ ବା ବିଶ୍ୱବିଦ୍ୟାଳୟରୁ ଯୁକ୍ତଦୁଇ ପାସ କରିଥିବା ଆବଶ୍ୟକ ଏବଂ ସ୍ଵୀକୃତିପ୍ରାପ୍ତ ଅନୁଷ୍ଠାନରୁ କମ୍ପ୍ୟୁଟର ଆପ୍ଲିକେସନରେ ଡିପ୍ଲୋମା କରିଥିବା ଆବଶ୍ୟକ। ଜୁନିୟର ଟାଇପିଷ୍ଟ ପାଇଁ ଆବେଦନ କରୁଥିବା ପ୍ରାର୍ଥୀ ପ୍ରତି ମିନିଟକୁ (ଇଂରାଜୀ) 40ଟି ଶବ୍ଦ ଟାଇପ କରିପାରୁଥିବା ଆବଶ୍ୟକ। ସେହିପରି  ବେତନ ଭୋଗୀ ଅମିନ ପଦ ପାଇଁ ପ୍ରାର୍ଥୀ ଯୁକ୍ତଦୁଇ ପାସ କରିବା ସହିତ ରିଭେନ୍ୟୁ ଇନ୍ସପେକ୍ଟର ଟ୍ରେନିଙ୍ଗ ନେଇଥିବା ଆବଶ୍ୟକ।

ଆବେଦନ ଫି

ଆବେଦନ କରିବା ପାଇଁ ଫି ବାବଦରେ ପ୍ରାର୍ଥୀଙ୍କୁ  “0070-Other Administrative Services-01- administration of justice-501-services and service fees- 0010- charges for service provided02177-examination fees for recruitment conducted by Orissa District & Subordinate Courts” ଉଦ୍ଦେଶ୍ୟରେ ଟ.100 ର ଚାଲାଣ କାଟିବାକୁ ପଡିବ। ଏହି ଚାଲାଣ ରସିଦକୁ ଆବେଦନ ଫର୍ମ ସହିତ ସଂଲଗ୍ନ କରିଦେବାକୁ ପଡିବ।ଅନୁସୂଚିତ ଜାତି ଓ ଜନଜାତି ପ୍ରାର୍ଥୀଙ୍କୁ କୌଣସି ଆବେଦନ ଫି ଦେବାକୁ ପଡିବ ନାହିଁ।

କିପରି ଆବେଦନ କରିବେ

ସମସ୍ତ ଶିକ୍ଷାଗତ ପ୍ରମାଣପତ୍ର, ଜାତିଗତ ପ୍ରମାଣପତ୍ରର ଜେରକ୍ସ ଓ ଦୁଇଟି ପାସପୋର୍ଟ ସାଇଜ ଫଟୋ ସହିତ ଚାଲାଣ ରସିଦକୁ (Office of the District Judge, Gajapati, Paralakhemundi, At /P.O.: Paralakhemundi, District: Gajapati, PIN: 761200) ଠିକଣାରେ ରେଜିଷ୍ଟ୍ରର ପୋଷ୍ଟ ମାଧ୍ୟମରେ ପଠାଇ ପାରିବେ।

ବିଜ୍ଞପ୍ତି ସମ୍ବନ୍ଧରେ ଅଧିକ ବିବରଣୀ ପାଇଁ ଗଜପତି ଜିଲ୍ଲାକୋର୍ଟର ଅଫିସିଆଲ ୱେବସାଇଟ https://districts.ecourts.gov.in/gajapati ରେ ଲଗଇନ କରିପାରିବେ।

#govtjobs #govtjobs #typist #clerk

©2020 betara

World Trends Odia News at your fingertip-Betara

  • Facebook Social Icon
  • Twitter Social Icon