• ବେତାର ବ୍ୟୁରୋ

ଇଞ୍ଜିନିୟରିଙ୍ଗ ପାସ ପ୍ରାର୍ଥୀଙ୍କ ପାଇଁ BSNLରେ 198ଟି ନିଯୁକ୍ତି ସୁଯୋଗ


(ବେତାର ବ୍ୟୁରୋ) ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସଏନଏଲ) ତରଫରୁ ଜୁନିୟର ଟେଲିକମ ଅଫିସର (JTO) ପଦରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପଦରେ ଆବେଦନ କରିବାକୁ ଚାହୁଁଥିବା ପ୍ରାର୍ଥୀମାନେ ଅନଲାଇନରେ ଆବେଦନ କରିପାରିବେ।

ଆବେଦନ ତାରିଖ

ଏହି ପଦରେ ଆବେଦନ କରିବାକୁ ଚାହୁଁଥିବା ପ୍ରାର୍ଥୀମାନେ ଆସନ୍ତା ଫେବୃୟାରୀ 11 ତାରିଖରୁ ମାର୍ଚ୍ଚ 13 ତାରିଖ ମଧ୍ୟରେ ଆବେଦନ କରିପାରିବେ।

ପଦବୀ ସଂଖ୍ୟା

ଏହି ବିଜ୍ଞପ୍ତିରେ ମୋଟ 198ଟି ପଦବୀ ପ୍ରକାଶ ପାଇଛି। ସେଥିମଧ୍ୟରୁ ସିଭିଲ ଇଞ୍ଜିନିୟରିଙ୍ଗ ପ୍ରାର୍ଥୀଙ୍କ ପାଇଁ 132ଟି ଓ ଇଲେକ୍ଟ୍ରିକାଲ ଇଞ୍ଜିନିୟରିଙ୍ଗ ପ୍ରାର୍ଥୀଙ୍କ ପାଇଁ 66ଟି ପଦବୀ ରହିଛି।

ଦରମା

ଏହି ପଦ ପାଇଁ ଯୋଗ୍ୟ ବିବେଚିତ ପ୍ରାର୍ଥୀଙ୍କୁ ମାସିକ ଟ.16,400 ରୁ ଟ.40,500 ଦରମା ପ୍ରଦାନ କରାଯିବ।

ବୟସସୀମା

ଏହି ପଦରେ ଆବେଦନ କରିବା ପାଇଁ ଆଗ୍ରହୀ ଥିବା ପ୍ରାର୍ଥୀଙ୍କ ବୟସ ମାର୍ଚ୍ଚ 13, 2019 ସୁଦ୍ଧା ସର୍ବନିମ୍ନ 18 ବର୍ଷ ଓ ସର୍ବାଧିକ 30ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ। ଅନୁସୂଚିତ ଜାତି, ଜନଜାତିର ପ୍ରାର୍ଥୀଙ୍କ ପାଇଁ ସର୍ବାଧିକ ବୟସସୀମା 5ବର୍ଷ ଓ ଓବିସି ପ୍ରାର୍ଥୀଙ୍କ ପାଇଁ ସର୍ବାଧିକ ବୟସସୀମା 3ବର୍ଷ କୋହଳ କରାଯିବ।

ଶିକ୍ଷାଗତ ଯୋଗ୍ୟତା

ଏହି ପଦରେ ଆବେଦନ କରିବା ପାଇଁ ପ୍ରାର୍ଥୀ କୌଣସି ସ୍ଵୀକୃତୀପ୍ରାପ୍ତ ବିଶ୍ଵବିଦ୍ୟାଳୟ ବା ଅନୁଷ୍ଠାନରୁ ସିଭିଲ ଇଞ୍ଜିନିୟରିଙ୍ଗରେ ଓ ଇଲେକ୍ଟ୍ରିକାଲ ଇଞ୍ଜିନିୟରିଙ୍ଗରେ BE/BTech ପାସ କରିଥିବା ଆବଶ୍ୟକ। ଏହାସହିତ GATE 2019 ପରୀକ୍ଷା ଦେଇଥିବା ଆବଶ୍ୟକ।

ଆବେଦନ ଫି’

ଆବେଦନ କରିବା ପାଇଁ ପ୍ରାର୍ଥୀଙ୍କୁ ଟ.1000 ଆବେଦନ ଫି’ ଦେବାକୁ ପଡିବ। ଅନୁସୂଚିତ ଜାତି, ଜନଜାତିର ପ୍ରାର୍ଥୀଙ୍କୁ ଟ.500 ଫି’ ଦେବାକୁ ପଡିବ। ଏହି ଫି’ କୁ ଅନଲାଇନରେ ଇଣ୍ଟରନେଟ ବ୍ୟାଙ୍କିଙ୍ଗ, କ୍ରେଡିଟ କାର୍ଡ କିମ୍ବା ଡେବିଟ କାର୍ଡରେ ପଇଠ କରିପାରିବେ।

କିପରି ଆବେଦନ କରିବେ

ଆବେଦନ କରିବା ପାଇଁ ପ୍ରାର୍ଥୀଙ୍କୁ ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସଏନଏଲ)ର ଅଫିସିଆଲ ୱେବସାଇଟ www.bsnl.co.in ରେ ଲଗଇନ କରନ୍ତୁ। ଆବେଦନ କରିବା ଆଗରୁ ଉକ୍ତ ବିଜ୍ଞପ୍ତିକୁ ଭଲ ଭାବରେ ପଢିନିଅନ୍ତୁ। ସମସ୍ତ ଆବଶ୍ୟକୀୟ ତଥ୍ୟ  ସଠିକ ଭାବରେ ପୂରଣ କରନ୍ତୁ।

ଚୟନ ପଦ୍ଧତି

GATE 2019ରେ ରଖିଥିବା ମାର୍କ ଅନୁଯାୟୀ ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଯିବ।

ଏହି ବିଜ୍ଞପ୍ତି ସମ୍ବନ୍ଧରେ ଅଧିକ ବିବରଣୀ ପାଇଁ ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସଏନଏଲ)ର ଅଫିସିଆଲ ୱେବସାଇଟ www.bsnl.co.in ରେ ଲଗଇନ କରନ୍ତୁ।

#jobs #BSNL

©2020 betara

World Trends Odia News at your fingertip-Betara

  • Facebook Social Icon
  • Twitter Social Icon