• ବେତାର ବ୍ୟୁରୋ

ରାଶିଫଳ ଜାନୁୟାରୀ 6-12 : ଏ ସପ୍ତାହରେ ପଡୁଛି ମହାଲକ୍ଷ୍ମୀ ଯୋଗ, ଏମିତ ରହିବ ଫଳ


(ବେତାର ବ୍ୟୁରୋ) ଚଳିତ ସପ୍ତାହରେ କୌଣସି ଗ୍ରହ ଚଳନ ହେଉ ନ ଥିବା ବେଳେ ଚନ୍ଦ୍ର ଦେବ ମେଷ ରାଶିରୁ ଯାତ୍ରା ଆରମ୍ଭ କରି କର୍କଟ ଯାଏଁ ଯାତ୍ରା କରିବେ ।

ଏହି ସମୟରେ ମଙ୍ଗଳଗ୍ରହ ଦ୍ରୁଷ୍ଟି ଚନ୍ଦ୍ର ଉପରେ ରହୁଥବାରୁ ମହାଲକ୍ଷ୍ମୀ ନାମରେ ଏକ ଶୁଭ ଯୋଗ ସୃଷ୍ଟି ହେବ ଯାହା ଅନେକ ବ୍ୟକ୍ତିଙ୍କୁ ଧନଲାଭ ଓ ପଦଲାଭ କରାଇପାରେ । ଏହି ସପ୍ତାହରେ ପ୍ରାୟ 7 ଟି ରାଶିର ଶୁଭ ସମୟ ରହିଛି ।

ଆସନ୍ତୁ ଜାଣିବା କେଉଁ ରାଶିପାଇଁ କିପରି ରହିବ ଏହି ସପ୍ତାହ।

(ବି ଦ୍ର : ରାଶିଫଳ କେବଳ ଜନ୍ମ ରାଶି ହିସାବରେ ଦିଆଯାଇଛି। ଆପଣଙ୍କ ଜନ୍ମ ଲଗ୍ନ ଓ ଦଶାଫଳ ହିସାବରେ ଫଳାଫଳ ଅଧିକ ଶୁଭ କିମ୍ବା ଅଶୁଭ ହେଇପାରେ। ଏହାକୁ କେବଳ ଏକ ସଂକେତ ହିସାବରେ ଗ୍ରହଣ କରିବାକୁ ଅନୁରୋଧ।)

ମେଷ : କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ନୂତନକର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିରେ ସହାୟକ ହେବ।

ବୃଷ : ସ୍ୱାସ୍ଥ୍ୟ ଠିକ୍ ରହିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ।

ମିଥୁନ : ଆୟ ଅନୁକୂଳ ହେବ ମାତ୍ର ଧନ କମ୍ ମିଳିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ।

କର୍କଟ : ମିତ୍ରଙ୍କ ସହିତ ସାକ୍ଷାତ୍ ଲାଭଦାୟକ ହେବ। ସମୟ ଅନୁକୂଳ ଯୋଗେ କାର୍ଯ୍ୟ କ୍ଷେତ୍ରରେ ବୃଦ୍ଧି ହେବ ଓ ଯଶ ସମ୍ମାନ ବଢିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ।

ସିଂହ : ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ।

କନ୍ୟା : ନିଜ ଚେଷ୍ଟାରେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ମନୋରଞ୍ଜନ କାର୍ଯ୍ୟରେ ସମୟ କଟିବ। ଚେଷ୍ଟା ସାର୍ଥକ ହେଲେ ମଧ୍ୟ ଭବିଷ୍ୟତ ଚିନ୍ତା ରହିବ। ନିଜର ଯୁକ୍ତିଦ୍ଵାରା କାର୍ଯ୍ୟରେ ସଫଳ ହେବ।

ତୁଳା : ଚାକିରି ଆଶାୟୀମାନେ କର୍ମ ନିଯୁକ୍ତି ପାଇବେ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଶାରୀରିକ ଅସୁସ୍ଥତା ଦୂର ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ଶୁଭସୂଚନା ପାଇବେ।

ବିଛା : ଶତୃମାନେ ଦୂର ହେବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ରୋଜଗାରରେ ଉନ୍ନତି ହେବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ପ୍ରସନ୍ନ ରହିବ।

ଧନୁ : ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ।

ମକର : ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବ୍ୟବସାୟରେ ଆର୍ଥିକ ଉନ୍ନତି ଓ ସଫଳତା ପ୍ରାପ୍ତି, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ।

କୁମ୍ଭ : ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ରସାୟନଜ୍ଞ ଓ ଡାକ୍ତରମାନେ ସାମାନ୍ୟ ଲାଭବାନ୍ ହେବେ।

ମୀନ : ମହିଳା ଓ ପୁରୁଷ ମାନେ ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ଆବଶ୍ୟକ ସମସ୍ତ ଜରୁରୀ କାର୍ଯ୍ୟ ସମସ୍ୟାର ସମାଧାନ କରି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ।

#astrology #weeklyhoroscope

©2020 betara

World Trends Odia News at your fingertip-Betara

  • Facebook Social Icon
  • Twitter Social Icon